ରାଜଧାନୀର ସାଲିଆସାହିରେ ବିପୁଳ ପରିମାଣର ଦେଶୀ ମଦ ଏବଂ ପୋଚ ଜବତ

ରାଜ୍ୟ

ଭୁବନେଶ୍ୱର: ରାଜଧାନୀର ସାଲିଆସାହିରେ ରେଡ୍। ବେଆଇନ ଦେଶୀ ମଦ ଭାଟି ଉପରେ ଅବକାରୀ ବିଭାଗର ଚଢ଼ାଉ। ଏହି ଚଢ଼ାଉ ବେଳେ ବିପୁଳ ପରିମାଣର ଦେଶୀ ମଦ, ପୋଚ ଜବତ ହୋଇଛି। ଅବକାରୀ ବିଭାଗ ଜବତ ଦେଶୀ ମଦ, ପୋଚକୁ ନଷ୍ଟ କରିଛି।

ଏବେବି ରେଡ୍ ଜାରି ରହିଥିବା ସୂଚନା ମିଳିଛି। ଗତ ୩ ମାସ ତଳେ ଅବକାରୀ ବିଭାଗ ଏବଂ କମିଶନରେଟ୍ ପୋଲିସ୍ ପକ୍ଷରୁ ସାଲିଆ ସାହିରେ ରେଡ୍ କରାଯାଇଥିଲା ଏବଂ ପାଖାପାଖି ୬ଟି ଦେଶୀ ମଦ ଭାଟି ଠାବ କରାଯାଇଥିଲା।

ଲହାସହ ହଜାର ହଜାର ଲିଟର ଦେଶୀ ମଦ ନଷ୍ଟ କରାଯିବା ସହ ଏକାଧିକ ଲୋକଙ୍କୁ ପୁଲିସ୍ ଗିରଫ କରିଥିଲା। ତଥାପି ବେଆଇନ୍ ଦେଶୀ ମଦ ଭାଟି ଚାଲିଥିବା ଖବର ପାଇ ଅବକାରୀ ବିଭାଗ ଚଢାଉ କରିଥିଲା।

Shrutilipi ad