ଭୁବନେଶ୍ୱରରେ ସ୍ଥାପନ ହେବ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ

ରାଜ୍ୟ

ନୂଆଦିଲ୍ଲୀ : ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ) ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ହେବ। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ)ର ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ପାଇଁ ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଖୁବ ଶୀଘ୍ର ଭୁବନେଶ୍ୱରରେ ଏହି ଶାଖା ନିର୍ମାଣ କାମ ଆରମ୍ଭ ହେବ ବୋଲି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି। ଗତବର୍ଷ ସେପ୍ଟେମ୍ବରରେ ମୁଖ୍ୟମନ୍ତ୍ରୀ ମଧ୍ୟ ଏ ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ।

Shrutilipi ad